pakka

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କାଳୀଚରଣ ଦୁବେଙ୍କ ସଭାପତିତ୍ବରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ମହାତ୍ମା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ ଏବଂ ଭାରତରର ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ସୁରେନ୍ଦ୍ର କୁମାର ଭୋଇ ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ଦାଶ ଏହି ଦିବସର ଉଦ୍ଦେଶ୍ୟ ଓ ତାତ୍ପର୍ଯ୍ୟ ସମ୍ପର୍କରେ ପ୍ରାଞ୍ଜଳ ଭାବରେ ଆଲୋଚନା କରିଥିଲେ । ଛାତ୍ରୀମାନଙ୍କୁ ଶତପଥରେ ଅଗ୍ରସର ହେବାକୁ ଶିକ୍ଷକ ପ୍ରେମାନନ୍ଦ ବେହେରା ସ୍ଵରଚିତ କବିତା ଆବୃତ୍ତି ମାଧ୍ୟମରେ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ, ନିଳିମାରାଣୀ ମହାନ୍ତି, ପ୍ରଭାତୀ ପଟ୍ଟନାୟକ, ବାସନ୍ତୀ ସାହୁ, ଶିକ୍ଷକ ଚିନ୍ତାମଣି ସାହୁ, ଚୌଧୁରୀ ଜୀବନାନନ୍ଦ ସାହୁ, ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ସୁରେଶ ଚନ୍ଦ୍ର ଚୌହାନ ଓ ଦିପ୍ତୀରଞ୍ଜନ ମଲ୍ଲିକ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଶିକ୍ଷା କର୍ମଚାରୀ ସୁଷମା ଦାଶ, ଦୁଷ୍ମନ୍ତ ଛତର, ନନ୍ଦିନୀ ବାଗ ଓ କମଳା କୁମ୍ଭାର ସହଯୋଗ କରିଥିଲେ । ପରିଶେଷରେ ପ୍ରେମାନନ୍ଦ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

5 × five =

error: Content is protected !!