ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ସୁଶାସକ, ପ୍ରଜାବତ୍ସଳ ତଥା ନବ ଉତ୍କଳର ପ୍ରମୁଖ ନିର୍ମାତା ଥିଲେ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ମୁଖ୍ୟ ଅତିଥି ଭାବରେ ବିଭାଗୀୟ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ସମ୍ମାନିତ ଅତିଥି ଭାବରେ ଉତ୍କଳ ପ୍ରସଙ୍ଗ ସମ୍ପାଦକ ଶ୍ରୀମତୀ କସ୍ତୁରୀ ମହାପାତ୍ର ଏବଂ ମୁଖ୍ୟ ବକ୍ତା ଭାବରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଡ. ରାମଚନ୍ଦ୍ର ମିଶ୍ର ଯୋଗ ଦେଇଥିଲେ । ନିର୍ଦ୍ଦେଶକ ସରୋଜ ସାମଲ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.