om academy

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

jsm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର ମେହେର ସ୍ମୃତି ସଦନଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ଦିବାପ୍ସଗତ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସେହିପରି ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ପରେ ଉପସ୍ଥିତ ସଭ୍ୟମାନେ ସ୍ୱ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାରେ ଡାକ୍ତର ସୁବଲ ମାଝୀ ଅଧ୍ୟକ୍ଷତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମହେନ୍ଦ୍ର କୁମାର ମେହେର, ନିରଞ୍ଜନ ମେହେର, ଡଃ ସୁରେନ୍ଦ୍ର ମେହେର, ବୀରେନ୍ଦ୍ର ନାଗ, ଭୁବନ ଭୋଇ, ସୁରେନ୍ଦ୍ର ପଧାନ, ନେହେରୁ ପଧାନ, ପଦ୍ମଲୋଚନ ସାହୁ, ହର୍ଷ ବେହେରା, ବୃନ୍ଦାବନ ସାହୁ ପ୍ରମୁଖ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Leave A Reply

Your email address will not be published.