ବିପ୍ଲବୀ ଧରଣୀଧରଙ୍କ ଜୟନ୍ତୀ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିପ୍ଲବୀ ଧରଣୀଧର ନାଏକ ଜନଜାତି ସ୍ବାଭିମାନର ପ୍ରତୀକ ଥିଲେ । ତାଙ୍କର ଜାତିପ୍ରୀତି ତଥା ଆଦର୍ଶ ଉତ୍ତରପିଢି ପାଇଁ ପ୍ରେରଣା ହୋଇ ରହିବ ବୋଲି ଜୟଦେବ ଭବନରେ ଆୟୋଜିତ ବିପ୍ଲବୀ ଧରଣୀଧରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ବିଶିଷ୍ଟ ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.