jsm

ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

csstore

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶାର ଦୁଇ ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଦିବସ ଅବସରରେ ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ- ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମହାନ ବୀରସ୍ୱାଧୀନତା ସଂଗ୍ରାମୀ, ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି । ଟ୍ରଷ୍ଟର ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରାହିତ୍ୟରେ ସ୍ଥାନୀୟ ଭିଆଇପି ରୋଡ ଠାରେ ଥିବା ଉଭୟ ମହାପୁରୁଷଙ୍କ ପ୍ରତିମୃର୍ତ୍ତୀରେ ପୁଷ୍ପମାଲ୍ୟାର୍ପଣ କରାଯାଇ ସେମାନଙ୍କ ସ୍ମୃତି ଚାରଣ କରାଯାଇଥିଲା । ଏଥିରେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ, ଛତ୍ରପୁର ବିଜେଡି ନଗର ସଭାପତି ବି.ରାଜୁବାବୁ, ଛତ୍ରପୁର ନିର୍ବାଚନ ମଣ୍ଡଳୀର ଯୁବ ବିଜେଡି ସଭାପତି ସନମୁଖ ପଟ୍ଟନାୟକ, ସରକାରୀ ଓକିଲ ମନୋଜ କୁମାର ପାଢି, ଛତ୍ରପୁର ପ୍ରେସ କ୍ଲବର ଉପଦେଷ୍ଟା ରବିନ୍ଦ୍ର ନାଥ ପଣ୍ଡା, ସଭାପତି ପ୍ରଶାନ୍ତ କୁମାର ମହାରଣା, ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟର ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ, ସମ୍ପାଦିକା ଝିଲିବାଳା ରାଉତ, ଯୁଗ୍ମ ସମ୍ପାଦିକା ଗୀତା ସାହୁ, ଯୁବନେତା ମିଟୁ ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.