ସରେଇକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସରେଇକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ସୈନିକ ହର୍ଷ ବର୍ଦ୍ଧନ ବିଶି ମୁଖ୍ୟ ଅତିଥି ଓ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସମ୍ବଲପୁରର ଇଂରାଜୀ ଶିକ୍ଷକ ବିନୋଦ ବିହାରୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀଙ୍କ ସହ ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ, ଧୂପ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅତିଥି ଗଣ ସୁଭାଷ ଓ ସୁରେନ୍ଦ୍ରଙ୍କ ଦେଶମାତୃକା ପ୍ରତି ଥିବା ତ୍ୟାଗ, ବଳିଦାନ ଓ ସଂଗ୍ରାମ ନିତାନ୍ତ ଭାବେ ପ୍ରେରଣାଦାୟୀ, ଦୁହେଁ ଚିରକାଳ ଆଲୋକ ସ୍ତମ୍ଭ ହୋଇ ଝଟକୁ ଥିବେ ବୋଲି କହିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେରେ କୁଇଜ, ବକ୍ତବ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଅତିଥିଗଣ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ସହକାରୀ ଶିକ୍ଷକ ନିରାକାର ପ୍ରଧାନ ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ଶିକ୍ଷକ ବିନୋଦ ଚୋଖି ଧନ୍ୟବାଦ ଜ୍ଞାପନ କରିଥିଲେ ।

Leave A Reply

Your email address will not be published.