ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଦୁଇ ମହାପୁରୁଷ ତଥା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଦିବସ ପୂର୍ବାହ୍ନରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ସ୍ଥାନୀୟ ଭିଆଇପି ରୋଡ ଠାରେ ଥିବା ଉଭୟ ମହାପୁରୁଷଙ୍କ ପ୍ରତିମୃର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇ ସେମାନଙ୍କ ସ୍ମୃତି ଚାରଣ କରାଯାଇଥିଲା । ଏହି ଅବସରରେ ଛତ୍ରପୁରର ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ତାଙ୍କର ଜୟଗାନ କରି ସ୍ମୃତି ଚାରଣ କରିଥିଲେ । ଟ୍ରଷ୍ଟର ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରୋରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତି ଚାରଣ ସଭାରେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ ଏହି ଦୁଇ ମହାପୁରୁଷଙ୍କ ଆଦର୍ଶ ଜୀବନୀ ଉପରେ ଆଲୋକପାତ କରିଥିଲେ । ଛତ୍ରପୁର ଏନ୍.ଏ.ସି. ଉପାଧ୍ୟକ୍ଷ ଜି. ପାପା ରାଓ, କାଉନସିଲର କେ.ରମେଶ, ବି.ନିଶ୍ଚଳା, ସନ୍ତୋଷି ସେଠୀ, ପ୍ରୀତିଚ୍ଛନ୍ଦା ସାମଲ, ସମାଜସେବୀ ବି .ରାଜୁବାବୁ, ଅଟଳ ବିହାରୀ ପଟ୍ଟନାୟକ ତଥା ବହୁ କାଉନସିଲର ଏବଂ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।