
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଡ. ବି. ଆର୍. ଆମ୍ବେଦକର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମାନ୍ୟବର ଉପ ବାଚସ୍ପତି, ଓଡ଼ିଶା ବିଧାନସଭା ଭବାନୀ ଶଙ୍କର ଭୋଇ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେ ଉପସ୍ଥିତ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଏହି ଅବସରରେ ମାନ୍ୟବର ଉପ ବାଚସ୍ପତି ଭୋଇ ସମ୍ବିଧାନର ପ୍ରଣେତା ଡ. ଆମ୍ବେଦକରଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ଏବଂ ତାଙ୍କ ମହାନ୍ ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ ଏବଂ ଭାରତୀୟ ସମ୍ବିଧାନ ପ୍ରତି ଡା. ଆମ୍ବେଦକରଙ୍କ ଭୂମିକା ଉପରେ ନିଜର ବକ୍ତବ୍ୟ ରଖିଥିଲେ । ଅତିଥିମାନେ ଡ. ଆମ୍ବେଦକରଙ୍କ ଜୀବନୀ ଉପରେ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ ଏବଂ ଅସ୍ପୃଶ୍ୟତା ବିରୋଧ ରେ ଡ ଆମ୍ବେଦକରଙ୍କ ଆନ୍ଦୋଳନ ଉପରେ ମଧ୍ୟ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପଧାନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଉପସ୍ଥିତ ଥିଲେ ରହି ସମ୍ବିଧାନର ଜନକ ଡ. ଆମ୍ବେଦକରଙ୍କ ସ୍ମୁତି ଚାରଣ କରିଥିଲେ ।