
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୫ ଜିଲ୍ଲା, ୨୦ ତାରିଖ ପାଇଁ ୯ ଜିଲ୍ଲା, ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ବାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ପାଇଁ ୧୫ ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗିର ଏବଂ ନୂଆପଡା । ଆଲର୍ଟ ଜାରି କରାଯାଇଥିବା ଏହି ଜିଲ୍ଲା ଗୁଡିକରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।