centurian jitm

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ ରହିଛନ୍ତି । ବରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.