ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ପୁରୀରୁ ୬ଜଣ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.