
ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସିରେ ଭୀଷଣ ଅଗ୍ନିକାଣ୍ଡ । ରବିବାର ବିଳମ୍ବିତ ରାତିରେ ୱାର୍ଡ ନଂ-୧୩ ଗୋଲାଆଡ଼ିଆ ତଳବସ୍ତିରେ ଏକ ଗୋରୁ ଗୁହାଳରେ ନିଆଁ ଲାଗିଥିଲା । ଏହି ଭୟାବହ ଅଗ୍ନିକାଣ୍ଡରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ରହିଛି ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଗୁହାଳଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଥିଲା । ସୂଚନା ମୁତାବକ, ରବିବାର ରାତିରେ ଶେଖ୍ ୟୁସୁବ ଅଲ୍ଲୀଙ୍କ ଗୋରୁ ଗୁହାଳ ହଠାତ୍ ନିଆଁ ଲାଗିଯାଇଥିଲା । କେହି କିଛି ଭାବିବା ପୂର୍ବରୁ ନିଆଁ ପୂରା ଗୁହାଳରେ କାୟା ମେଲାଇଥିଲା । ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଗୋରୁଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇପାରିନଥିଲା । ଯାହା ଫଳରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ପହଞ୍ଚିଲା ବେଳକୁ ସବୁକିଛି ପୋଡ଼ି ପାଉଁଶ ହୋଇଯାଇଥିଲା ।