ଘରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ଭାଇଭଉଣୀ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି । ଏଥିରେ ଭାଇଭଉଣୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଘରେ ନିଆଁ ଲାଗି ଜୀବନ୍ତ ଜଳିଯାଇଛନ୍ତି ଭାଇଭଉଣୀ । ଏଥିରେ୧୧ ବର୍ଷୀୟା ଭଉଣୀ ଓ ୯ ବର୍ଷୀୟ ଭାଇର ମୃତ୍ୟୁ ହୋଇଛି । ଏହାଛଡ଼ା ଘରେ ଥିବା ବହୁତ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଛି । ତେବେ ଘରେ କେମିତି ନିଆଁ ଲାଗିଲା ଜଣାପଡ଼ି ନାହିଁ । ଗ୍ରାମବାସୀଙ୍କ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରହିଥିବା ବେଳେ ଘଟଣାକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.