oom

ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

jsmm
  • ଜିଲ୍ଲାର ନୂତନ ଭୋଟର ପଞ୍ଜିକରଣ ଉପରେ ସମୀକ୍ଷା
  • ସମୟ ଅବଧି ମଧ୍ୟରେ ଶତ ପ୍ରତିଶତ ଲକ୍ଷ୍ୟ ହାସଲ ନିମନ୍ତେ ଗୁରୁତ୍ୱାରୋପ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀଯୁକ୍ତ ମିହିର ପ୍ରସାଦ ମହାନ୍ତି ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ଭୋଟର୍‌ ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମିନି ସଭାକକ୍ଷରେ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମହାନ୍ତି ଜିଲ୍ଲାର ନିର୍ବାଚନ ସମ୍ୱନ୍ଧୀୟ ନୂତନ ଭୋଟର୍‌ ପଞ୍ଜିକରଣ କାର୍ଯ୍ୟକ୍ରମର ସ୍ଥିତି ଓ ଅଗ୍ରଗତିର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଜିଲ୍ଲାର ନୂତନ ଭୋଟର୍‌ ପଞ୍ଜିକରଣର ସ୍ଥିତି, ଅଗ୍ରଗତି ସହ ମୃତ ଓ ସ୍ଥାନାନ୍ତର ଭୋଟର୍‌ଙ୍କୁ ତାଲିକାରୁ ବାଦ କରିବା ଉପରେ ବିଶେଷ ଆଲୋଚନା କରି ଜିଲ୍ଲାର ନୂତନ ଭୋଟର୍‌ ପଞ୍ଜିକରଣକୁ ଧାର୍ଯ୍ୟ ସମୟ ମଧ୍ୟରେ ଶତ ପ୍ରତିଶତ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି । ସମୀକ୍ଷା ବୈଠକରେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ, ଅତିରିକ୍ତ ଜିଲ୍ଲାପାଳ ସୂର୍ୟ୍ୟ ନାରାୟଣ ଦାଶ, ଉପଜିଲ୍ଲାପାଳ ସୋନପୁର ଡ.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସିଂ, ଡେପୁଟି କଲେକ୍ଟର୍‌ ନିର୍ବାଚନ ବିଭାଗ ଶ୍ରୀମତୀ ଯଶସ୍ୱିନୀ ପୋଥାଲ, ସମସ୍ତ ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

jittmm
Leave A Reply

Your email address will not be published.