pakka

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି । ଶ୍ରୀ ମହାପାତ୍ର କୋପସିଙ୍ଗାଠାରେ ନିର୍ମାଣାଧୀନ ବ୍ୟାରେଜ ପରିଦର୍ଶନ କରିବା ସହ ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ ବୁଲି ଦେଖିଥିଲେ । ଏହି ଗସ୍ତ ଅବସରରେ ଶ୍ରୀ ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲାରେ ସଡ଼କ ସୁରକ୍ଷା ନିମନ୍ତେ କାର୍ଯ୍ୟକାରୀ କରାଯାଇଥିବା ସମନ୍ୱିତ ଟ୍ରାଫିକ୍ ପରିଚାଳନା ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ଏହି ବ୍ୟବସ୍ଥା ରାସ୍ତାରେ ଅପରାଧ ଓ ଦୁର୍ଘଟଣା ଆଦି ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି ଶ୍ରୀ ମହାପାତ୍ର କହିଥିଲେ । ଗାଡ଼ିର ବେଗ ନିୟନ୍ତ୍ରଣ ପାଇଁ ୧୦ ନମ୍ବର ରାଜ୍ୟ ରାଜପଥର ଭସ୍ମା ଛକଠାରୁ ବେଦବ୍ୟାସ ଓ ୧୪୩ ନମ୍ବର ଜାତୀୟ ରାଜପଥର ବେଦବ୍ୟାସ ଛକଠାରୁ ବୀରମିତ୍ରପୁର ପର୍ୟ୍ୟନ୍ତ ରାସ୍ତାର ବିଭିନ୍ନ ସ୍ଥାନରେ କ୍ୟାମେରା ଖଞ୍ଜାଯାଇଛି । ସୁନ୍ଦରଗଡ଼ଠାରେ ଥିବା କଣ୍ଟ୍ରୋଲ ରୁମ୍ ଓ କମାଣ୍ଡ ସେଣ୍ଟର ବସି ଏସବୁ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ ମୁଖ୍ୟ ଶାସନ ସଚିବ ।ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

17 + seventeen =