csstore

ଜିଲ୍ଲାସ୍ତରୀୟ ବିଜ୍ଞାନମେଳାର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ (ଆଦିବାସୀ କଲ୍ୟାଣ ବିଭାଗ) ପରିସରରେ ବରଗଡ଼ ଜିଲ୍ଲାସ୍ତରୀୟ ବିଜ୍ଞାନମେଳାର ପ୍ରସ୍ତୁତି ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଧୀରଜ ପଟ୍ଟନାୟକ, ବ୍ଲକ୍ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ, ଅତିରିକ୍ତ ବ୍ଲକ୍ ଶିକ୍ଷାଅଧିକାରୀ ରାମ ସିଂ ମାଝୀ, ରାଜ ବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀମତୀ ଲୋଭାଦିନି ସାହୁ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପର୍ଶୁରାମ ଧରୁଆ ଓ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ପ୍ରଧାନ ଶିକ୍ଷକ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ଆସନ୍ତା ଡିସେମ୍ବର ୧୪ ରୁ ୧୬ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ବିଜ୍ଞାନମେଳାର ସଫଳ ରୂପାୟନ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା । ରାଜେଶ ଖମାରୀ ସମସ୍ତଙ୍କ ସହଯୋଗ କାମନା ସହ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.