jsm

ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ । ୨୦୧୫ ଠାରୁ ପ୍ରତିବର୍ଷ ଆନ୍ତର୍ଜାତୀୟ ଯୋଗ ଦିବସ ଜୁନ୍ ୨୧ରେ ପାଳନ କରାଯାଇଆସୁଛି । ଯୋଗ ହେଉଛି ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ ଯାହା ଭାରତରେ ଉତ୍ପନ୍ନ ହୋଇଥିଲା । ଏହି ଅବସରରେ ଆଜି ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି । କୁମାରୀ ସୁଜାତା ଦିଶ୍ରି ଓ ତାଙ୍କର ସହଯୋଗୀ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ତଥା ଶିକ୍ଷକ ଓ ଶିକ୍ଷୟତ୍ରୀମାନଙ୍କୁ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏହି ଅବସରରେ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷ ସି.ଏ ଶ୍ରୀକାନ୍ତ ଶର୍ମା ଯୋଗ ଉପରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହ ପ୍ରଦାନ କରି କହିଥିଲେ ଯେ, ସୁସ୍ଥତା, ମନ, ଶରୀର ଏବଂ ଆତ୍ମାକୁ ସନ୍ତୁଳିତ କରିବା ପାଇଁ ଆମ୍ଭମାନଙ୍କ ଜୀବନରେ ଯୋଗ ନିତାନ୍ତ ଆବଶ୍ୟକ ଅଟେ । ଏହା ସହିତ ଜେଏସ୍‌ଏମ୍‌ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ବଲାଙ୍ଗିର ଆଇନ୍ ମହାବିଦ୍ୟାଳୟ ଦ୍ୱାରା ଅନୁଷ୍ଠିତ ଯୋଗ ଦିବସ ପାଳନରେ ସହଯୋଗ କରିଥିଲେ ।

yuvodaya
Leave A Reply

Your email address will not be published.