om academy

ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ତମ ପୂର୍ତ୍ତି ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ : ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ ଆହ୍ୱାନ

jsm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ ଆହ୍ୱାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ ଏବଂ ଜୟଗୁରୁ କହି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ । ଠାକୁର ଅନୁକୂଳଚନ୍ଦ୍ରଙ୍କ ସ୍ମୃତିଚାରଣ କରିବା ସହ ଠାକୁରଙ୍କ ଭକ୍ତ ସମାଜ ସେବାରେ ଭଲ ଯୋଗଦାନ କରୁଥିବା କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ୧୦୦ ବର୍ଷ ତଳେ ଠାକୁର ଅନୁକୂଳଚନ୍ଦ୍ର ପୁରୀ ଆସିଥିଲେ । ଠାକୁରଙ୍କ ସହ ତାଙ୍କର ବହୁ ଅନୁଗାମୀ ମଧ୍ୟ ପୁରୀ ଆସିଥିଲେ । ସୁନ୍ଦର ଓ ସୁସ୍ଥ ଓଡ଼ିଶା ଗଠନରେ ସେମାନଙ୍କର ଅବଦାନ ଅନସ୍ୱିକାର୍ଯ୍ୟ । ସତ୍‌ସଙ୍ଗର ଲକ୍ଷଲକ୍ଷ ଅନୁଗାମୀ ସମାଜ କଲ୍ୟାଣ ଲାଗି କାମ କରୁଛନ୍ତି । ତେଣୁ ସମସ୍ତେ ମିଶି ସୁନ୍ଦର ରାଜ୍ୟ ଗଠନ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଉତ୍ସବରେ ମୁଖ୍ୟବକ୍ତା ଭାବେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଯୋଗ ଦେଇଥିଲେ । ସଭା ପ୍ରାରମ୍ଭରେ ମହୋତ୍ସବ କମିଟିର ଆବାହକ ଡକ୍ଟର ବିନାୟକ ମହାପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଏହାପରେ ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ଦେଇଥିଲେ । ସତ୍‌ସଙ୍ଗର ବରିଷ୍ଠ କର୍ମକର୍ତ୍ତା ଡ. ନୃସିଂହ ତ୍ରିପାଠୀ, ଯତୀନ୍ଦ୍ରନାଥ ମହାନ୍ତି ଓ ଡମ୍ବରୁଧର ଦାସ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ରାଜ୍ୟରୁ ୭୦ ହଜାରରୁ ଅଧିକ ସତ୍‌ସଙ୍ଗୀ ପ୍ରେମୀ ଯୋଗ ଦେଇଥିଲେ ।

Leave A Reply

Your email address will not be published.