ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

ନୂଆଦିଲ୍ଲୀ, (ପିଆଇବି) : ସମ୍ବିଧାନ ଦିବସ ଉପଲକ୍ଷେ ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି । ଏହି ଔପଚାରିକ ପ୍ରସ୍ତାବନା ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲରେ କରାଯାଇଥିବା ପୋଷ୍ଟରେ ସୂଚନା ଦିଆଯାଇଛି ଯେ :
‘‘ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଶକ୍ତିକାନ୍ତ ଦାସ; ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ତରୁଣ କପୁର; ଏବଂ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଅତିଶ ଚନ୍ଦ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।’’

Leave A Reply

Your email address will not be published.