jsm

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

csstore

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୋଗ ଦିବସରେ ସ୍ଥାନୀୟ ଯୋଗ ପ୍ରଶିକ୍ଷକ ବନବିହାରୀ ଯୋଶୀ ବିଭିନ୍ନ ଯୋଗ ପ୍ରଶିକ୍ଷଣ ଦେଇଥିଲେ । ଏଥିରେ ଅଧ୍ୟାପକ ଅଧ୍ୟାପିକା ପୂର୍ଣ୍ଣଚନ୍ଦ୍ର ପଧାନ, ଗୁଣସାଗର ମେହେର, ସୋମେଶ ଦତ୍ତ ହୋତା, ଘନଶ୍ୟାମ ଖମାରୀ, ପ୍ରେମଚାନ୍ଦ ତାଣ୍ଡି, ପଙ୍କଜ ସାହୁ, ଫାଲଗୁନି ଦାସ, ମୀରାବାଇ ଗଡତ୍ୟା, ଶୈଳିକା ନାଏକ, ସରିତା ରଣା, ଯଶୋସ୍ମିତା ବେହେରା, ପର୍ଶୁରାମ ବାଗ, ଶରତ ପଧାନ, ବିଜୟ କଳତା, ଅନିରୁଦ୍ଧ ପଧାନଙ୍କ ସହ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ଯୋଗ କରିଥିଲେ । ଅଧ୍ୟାପକ ଭ୍ରିଙ୍ଗରାଜ ରଣା ଧନ୍ୟବାଦ ଦେଇଥିଲେ ।

yuvodaya
Leave A Reply

Your email address will not be published.