ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସୁଚାରୁ କୁମାର ବଳ, ଓ. ପ୍ର. ସେ. (ଏସଏଜି). ଏଥି ପୂର୍ବରୁ ଶ୍ରୀ ବଳ ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ । ଆଜି ଜିଲ୍ଲାପାଳଙ୍କଠାରେ କାର୍ଯ୍ୟରେ ଯୋଗ ଦାନ ଅବସରରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକଙ୍କ ସମେତ କାର୍ଯ୍ୟାଳୟର ଅନ୍ୟାନ୍ୟ ପଦାଧିକାରୀ ଓ କର୍ମଚାରୀମାନେ ନୂତନ ଅତିରିକ୍ତ ଜିଲ୍ଲାପାଳ ସୁଚାରୁ କୁମାର ବଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଶୁଭକାମନା ଜଣାଇଥିଲେ ।
