ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ତା-୨୪/୦୮/୨୦୨୪ ରିଖରେ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ପଦ୍ମଶ୍ରୀ ଶାବରମତୀ ଏକ ଗଛ ଲଗାଇ ଶୁଭାରମ୍ଭ କରିଥିଲେ । ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜାଳି ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବୃକ୍ଷରୋପଣ କରିବା ସହ ତାର ଯତ୍ନ ଓ ଲାଳନ ପାଳନ କରିବା ପାଇଁ ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରେରଣା ଦେଇଥିଲେ । ଜାତୀୟ ସେବା ଯୋଜନାର ଆଞ୍ଚଳିକ ନିର୍ଦ୍ଦେଶିକା ସରିତ ପଟେଲ ଭାରତ ସରକାରଙ୍କ ତରଫରୁ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ସ୍ୱତନ୍ତ୍ର ବୃକ୍ଷରୋପଣ କାର୍ଯ୍ୟକ୍ରମ-୨୦୨୪କୁ ତ୍ୱରାନ୍ୱିତ କରିବା ପାଇଁ ଆହ୍ୱାନ ଦେଇଥିଲେ । ରାଜ୍ୟ ଜାତୀୟ ସେବା ଯୋଜନା ଅଧିକାରୀ ଡ. ରମେଶ ଚନ୍ଦ୍ର ବେହେରା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ ଏବଂ ସ୍ୱେଚ୍ଛାସେବୀ ମାନଙ୍କୁ ଓଡ଼ିଶାକୁ ଏକ ସୁସ୍ଥ ଓ ସବୁଜ ରାଜ୍ୟରେ ପରିଣତ କରିବା ପାଇଁ ଦିଗ୍‌ଦର୍ଶନ ଦେଇଥିଲେ । ଜାତୀୟ ସେବା ଯୋଜନା ବୁରୋ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସଂଯୋଜକ ପ୍ରଫେସର ଜୟନ୍ତ ପଣ୍ଡା ଏହି ଭଳି କାର୍ଯ୍ୟକ୍ରମ ହାତକୁ ନେଇ ଅଧିକରୁ ଅଧିକ ବୃକ୍ଷରୋପଣ କରିବା ପାଇଁ ପରାମର୍ଶ ଦେଇଥିଲେ । ବିଶ୍ୱବିଦ୍ୟାଳୟର କ୍ରୀଡ଼ା ସମ୍ପାଦକ ଡ. ଶାରଦା ସାହୁ ଉପସ୍ଥିତ ରହି କ୍ରୀଡ଼ା ଭବନ ପରିସରରେ ବୃକ୍ଷରୋପଣ କାର୍ଯ୍ୟରେ ସହଯୋଗ କରିଥିଲେ । ଜାତୀୟ ସେବା ଯୋଜନା ଅଧିକାରୀ ଡ. ଶଙ୍କରସନ ମଲିକ ଏହି ବୃକ୍ଷରୋପଣ ଶିବିରକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ଵେଚ୍ଛାସେବୀମାନଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟ ସମ୍ପାଦନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଏନ୍‌. ଏସ୍‌. ଏସ୍‌. ବ୍ୟୁରୋ ଅଫିସିଆଲ୍‌ ସୌମ୍ୟ ସାହାଯ୍ୟ କରିଥିଲେ ।

Leave A Reply

Your email address will not be published.