ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମଧ୍ୟରେ ଜିଲ୍ଲାପାଳଙ୍କ ବାସଭବନ ସମ୍ମୁଖରେ ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଜିଲ୍ଲାପାଳଙ୍କ ବାସଭବନ ସମ୍ମୁଖରେ ନିର୍ମାଣାଧୀନ ପାର୍କରେ ଚୌକିଦାର ଭାବେ କାମ କରୁଥିବା ଭୋଳାନାଥ ନାଏକ(୨୩) ଉଚ୍ଚ କ୍ଷମତା ସଂପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି । ତେବେ କେଉଁ ପରିସ୍ଥିତିରେ ଏଭଳି ଦୁର୍ଘଟଣା ଘଟିଛି, ସେ ସଂପର୍କରେ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.