ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ୪ ଗିରଫ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଗୁଡ଼ିମୁଣ୍ଡା ଗ୍ରାମରେ ଜନୈକ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅପରପକ୍ଷେ ଆକ୍ରମଣର ଶିକାର ହୋଇଥିବା ଦାମୋଦର କଠାରଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଡିମୁଣ୍ଡା ଗ୍ରାମର ଗଙ୍ଗାଧର ନାଏକ(୫୦) ଏବଂ ତାଙ୍କର ୩ ପୁଅ ମୁକେଶ, ରାକେଶ ଓ ରାଜେଶ ଗତକାଲି ଦାମୋଦରଙ୍କୁ ଆକ୍ରମଣ କରିଥିଲେ । ତାଙ୍କ ଅଭିଯୋଗ କ୍ରମେ ଆଗଲପୁର ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଆଇଆଇସି ବାସୁଦେବ ଭୋଇ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.