କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇ ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ମୃତ ଯୁବକ ଜଣକ ଜୁନାଗଡ଼ ସହରର ବ୍ରାହ୍ମଣ ପଡ଼ାର ପ୍ରତ୍ୟୁଷ ପାଢ଼ି(୨୨) ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ ସାଙ୍ଗମାନଙ୍କ ସହ ହାତୀ ନଦୀକୁ ଗାଧୋଇବାକୁ ଯାଇଥିଲେ । ସେହି ସମୟରେ ନଦୀ ପାଣିରେ ବୁଡି ଯାଇଥିଲେ । ଖବର ପାଇ ଜୁନାଗଡ଼ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ଏ ସମ୍ପର୍କରେ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି ।
Prev Post