centurian jitm

ଦଣ୍ଡନାଚ ବେଳେ ଗଣ୍ଡଗୋଳ : ବାପା-ପୁଅଙ୍କ ଛୁରାମାଡରେ ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର : ଦଣ୍ଡ ନାଚ ବେଳେ ଅଘଟଣ । ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଗଣ୍ଡଗୋଳ । ବେଲ ଗାଁ କାଳୀ ମନ୍ଦିର କମିଟିର ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଏହି ଗଣ୍ଡଗୋଳ ମଧ୍ୟରେ ଜଣେ ଯୁବକଙ୍କ ମୃତ୍ୟୁ । ଆକ୍ରମଣକାରୀ ବାପା-ପୁଅ ଅଟକ । ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ । ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ ଖାଇବାକୁ ନେଇ ଯାତ୍ରା ଅଧିକାରୀ ,ତାଙ୍କ ପୁଅଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସିତ ଅବସ୍ଥାରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ ଘଟଣା ସ୍ଥଳ ଓ ମେଡ଼ିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଥାନା ଅଧିକାରୀ ବାବା ଶଙ୍କର ସରାଫ ଘଟଣା ସ୍ଥଳରୁ ଆକ୍ରମଣକାରୀ ବାପା ଓ ପୁଅକୁ କାବୁ କରିଛି । ଥାନାରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।

Leave A Reply

Your email address will not be published.