ଟ୍ରେନ ଲାଇନରୁ ଅଚି‌ହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ : ଟ୍ରେନ ଲାଇନରୁ ଅଚି‌ହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ ଷ୍ଟେସନ ନିକଟରେ ଟ୍ରେନ ଲାଇନରୁ ଜଣେ ଅଚି‌ହ୍ନା ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟଲୋକ ମୃତଦେହ ଦେଖି ଆରପିଏଫକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଆରପିଏଫ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତଦନ୍ତ ପରେ ଘଟଣା ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିବ ।

Leave A Reply

Your email address will not be published.