ଯୁବକଙ୍କୁ ହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ପାତ୍ରପୁର ବ୍ଲକ ଖମାରି ଗାଁ ପଞ୍ଚାୟତ ବାବନପୁର ଗାଁ ପଥର କୁଆଁରୀ ନିକଟରେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଖବର ମିଳିଛି । ସୁନ୍ଦର ରାଓ ନାମକ ଜଣେ ବ୍ୟକ୍ତିଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଦୁର୍ବୃତ୍ତ । ଯୁବକଙ୍କୁ ଗୁରୁତର ଅବସ୍ଥାରେ ପାତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ବ୍ରହ୍ମପୁର ଏମ୍‌କେସିଜିକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.