ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ସ୍ୱାଧିନତା ସଂଗ୍ରାମୀ, ପୂର୍ବତନ ସାଂସଦ ତଥା ସମାଜସେବୀ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ ପାଳନ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ରଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଆଇନଜୀବୀ ତଥା ସମାଜସେବୀ ଅମରେନ୍ଦ୍ର ମିଶ୍ର ଯୋଗଦେଇ ଦୀପ ପ୍ରଜ୍ୱଳନ କରିଥିଲେ । ସେ ତାଙ୍କ ଅଭିଭାଷଣରେ ଯୁଧିଷ୍ଠିର ମିଶ୍ରଙ୍କ ସଂଘର୍ଷମୟ ଜୀବନ ଉପରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ବିରେନ୍ଦ୍ର କୁମାର ଝାଙ୍କର ଯୋଗଦେଇ ତାଙ୍କ ଅଭିଭାଷଣରେ ଯୁଧିଷ୍ଠିର ମିଶ୍ରଙ୍କ ସମାଜପ୍ରତି ଅବଦାନ ସଂପର୍କରେ ବର୍ଣ୍ଣନା କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ ପଧାନ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ସଂପାଦକ ଗୋପାଳ ଚନ୍ଦ୍ର ସିଂହଦେଓ ଓ କୋଷାଧ୍ୟକ୍ଷ ଆଲୋକ ରଂଜନ ବେଦବାକ୍, ସଭ୍ୟ ଶିରିଶ ଚନ୍ଦ୍ର ହୋତା, ବାଦଲ ମହାକୁର, ସଂଜିବ ସାହୁ ଯୋଗଦେଇଥିଲେ । ବରିଷ୍ଠ ଶିକ୍ଷକ ହରେକୃଷ୍ଣ ନାୟକଙ୍କ ସଭାକାର୍ଯ୍ୟ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ଉପାଧ୍ୟକ୍ଷ ମମିତା ବେହେରା, ଦୀପକ ବରାଲ ତଥା ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ବଲାଙ୍ଗିର ସହରର ବରିଷ୍ଠ ବ୍ୟକ୍ତିବିଶେଷ ସୁରେନ୍ଦ୍ର ତ୍ରିପାଠୀ, ସୋମନାଥ ମିଶ୍ର, ବ୍ୟାସଦେବ ନନ୍ଦ,ରମେଶ ଚନ୍ଦ୍ର ଝା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ ।

Leave A Reply

Your email address will not be published.