ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ ଉପ ଜିଲ୍ଲାପାଳ ଧିମନ ଚକମା, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଜୟଦେବ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନଶୁଣାଣି ଶିବିରରେ ମୋଟ ୧୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ଟି ଅଭିଯୋଗର ସମାଧାନ ତୁରନ୍ତ କରଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯ ଜଣଙ୍କୁ ସହାୟତା ପ୍ରଦାନ ମଞ୍ଜୁର କରାଯାଇଥିଲା ।

Leave A Reply

Your email address will not be published.