pakka

ଡୁଙ୍ଗୁରିପାଲି ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

bbehera

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ସମ୍ମିଳିତ ୭୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି ଓ ସାମୁହିକ ଦରଖାସ୍ତ ୦୪ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୬ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୪ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବି.ଡି.ଓ, ଡୁଙ୍ଗୁରିପାଲି ତ୍ରିପୁରା ମହାନନ୍ଦଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦେଶକ, ଡି.ଆର.ଡି.ଏ- ଶ୍ରୀ ଡୋଳାମଣି ପଟେଲ, ବ୍ଲକ ଅଧ୍ୟକ୍ଷା ଡୁଙ୍ଗୁରିପାଲି ଶ୍ରୀମତୀ ଅହଲ୍ୟା ସାହୁ, ଡୁଙ୍ଗୁରିପାଲି,ବ୍ଲକ ଉପାଧକ୍ଷ ମକରଧ୍ୱଜ ସାହୁ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

jay balangir
Leave A Reply

Your email address will not be published.

eighteen + nine =