jayashree

ଜୁନିଅର ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି । କଳିଙ୍ଗ ଷ୍ଟାଡିୟମର ମିଡିଆ ସେଣ୍ଟର ବ୍ୟବହାର କରିଥିଲେ ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ । ସଂକ୍ରମିତ ଜଣକ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସୋସିଆଲ୍ ମିଡିଆ ଟିମ୍ ସଦସ୍ୟ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବା ବେଳେ ଜଣେ ସଂକ୍ରମିତ ଚିହ୍ନଟ ପରେ ଏବେ ମିଡିଆ ସେଣ୍ଟରକୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ଆର୍‌ଟି ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.