csstore

ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସରଣ୍ଡାପୋଷ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପାର୍ବତୀ ରଣାଙ୍କ ଅଧ୍ୟକ୍ଷତାରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନଶିକ୍ଷକ ଶ୍ରୀଚରଣ ରାଉତ, ଚାନ୍ଦିପୋଷ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଳାସମଣୀ ଟୁଡୁ ଆର, ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାସିପ୍ରକାଶ ଗୁଡିଆ, ଜଗଦୀଶପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନଳିନୀ ବିଶ୍ୱାଳ, ସରଣ୍ଡାମାଳ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶଙ୍କର୍ଷଣ ରାଉତ, ୱାର୍ଡ ମେମ୍ବର ରାଜକୁମାର କିଶାନ, ସ୍କୁଲ କମିଟିର ଅଧ୍ୟକ୍ଷ ଯମୁନା କିଶାନ ଓ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ସହକାରୀ ଶିକ୍ଷୟିତ୍ରୀ ସୁନିତା ଟପ୍ପୋ ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.