ଦେଓଗାଁ ବ୍ଲକ ମୁଖ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗଷ୍ଟ ମାସ ପାଇଁ ଜିଲ୍ଲା ପ୍ରଶାସନ ଦ୍ଵାରା ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଦେଓଗାଁ ବ୍ଲକ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀ ଦ୍ୟାନଦେଓଙ୍କୁ ସମୁଦାୟ ୮୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୬୮ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୧୫ଟି ସାମୁହିକ ଦରଖାସ୍ତ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରି ୨୧ଟି ମାମଲାର ଶୁଣାଣିର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡ୍‌କ୍ରସ୍‌ ସହାୟତା ଦିଆ ଯାଇନାହିଁ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ କୁମାର ମହାପାତ୍ର, ଗୋଷ୍ଠୀ ଉନୟନ ଅଧିକାରୀ କ୍ଷମାନିଧି ଭୋଇ, ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ) ସରିତା ରାଣୀ ଶତପଥି, ଜିଲ୍ଲା ଶିକ୍ଷାଧିକାରୀ ଧୃବଚରଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳ, ଆସିଷ୍ଟାଣ୍ଟ କଲେକ୍ଟର (ଜରୁରୀକାଳୀନ ଶାଖା) ସସ୍ମିତା ପ୍ରଧାନ, ସ୍ନିଗ୍ଧାରାଣୀ ତ୍ରିପାଠୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.