ପିଆଇବି ଓ ସିବିସି ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଦେଶବ୍ୟାପୀ ପାଳିତ ହେଉଥିବା ସ୍ୱଚ୍ଛତା ହିଁ ସେବା ଅଭିଯାନ ଏବଂ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର ସ୍ଥିତ ଏନ୍‌ଏବିଏମ୍ ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ କାର୍ଯ୍ୟାଳୟ ପରିସର ସଫେଇ କରାଯାଇଥିଲା । ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ରଙ୍କ ନେତୃତ୍ୱରେ ସିବିସି ଓ ପିଆଇବିର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସ୍ୱଚ୍ଛତା ପାଇଁ ଶ୍ରମଦାନ କରିଥିଲେ । ଏହି ସ୍ୱଚ୍ଛତା ଅଭିଯାନରେ ସିବିସି ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ, ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲିଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଭାଗ ନେଇଥିଲେ ।

Leave A Reply

Your email address will not be published.

error: Content is protected !!