jayashree

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଓ ଅଧ୍ୟାପକ ମାନଙ୍କ ପାଇଁ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟସ୍ଥ ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀ, ଗବେଷକ ଓ ଗବେଷିକା, ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ପାଇଁ ଏକ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ “Turnitin Onsite Workshop on Academic Integrity” ଉପରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ ବିଶ୍ୱବିଦ୍ୟାଳୟର ସ୍ନାତୋକତ୍ତର ବିଭାଗର ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀ ଓ କୁଳସଚିବ ଶ୍ରୀ ସଚିଦାନନ୍ଦ ନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି Turnitin Plagiarism Detection Software ଓ ଅନ୍ୟାନ୍ୟର e Resources ଉପାଦେୟତା ଓ ବହୁଳ ବ୍ୟବହାର ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସଂଯୋଜକ ପ୍ରଫେସର ଜ୍ୟୋସ୍ନା ସାହୁ, ନିର୍ଦ୍ଦେଶିକା, ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର, Turnitin PDSର ବିଭିନ୍ନ ବ୍ୟବହାରିକ ଦିଗ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ Turnitin India Pvt Ltd ପ୍ରଶିକ୍ଷଣ ବିଶେଷଜ୍ଞ ଗୌତମ ରାଭାଲ ଓ ଅଭିଶେକ ରୟ Turnitin PDSର ବିଭିନ୍ନ ବ୍ୟବହାରିକ ଦିଗ ସବନ୍ଧରେ ପ୍ରଶିକ୍ଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମଟି ଆୟୋଜକ କମିଟି ସଦସ୍ୟ ଡ. ଜିତେନ୍ଦ୍ର କୁମାର ବେହେରା, ଭାରପ୍ରାପ୍ତ ଗ୍ରନ୍ଥଗାରକ, ଡ. ମନସ୍ଵିନୀ ପାତ୍ର, ସହକାରୀ ଗ୍ରନ୍ଥାଗାରିକା ଓ ଶ୍ରୀମତୀ ଶୁଭଲକ୍ଷ୍ମୀ ନାୟକ, ସହକାରୀ ଗ୍ରନ୍ଥାଗାରିକା ଦ୍ୱାରା ସୁଚାରୁ ରୂପେ ସଂପାଦିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ବହୁସଂଖ୍ୟାରେ ଛାତ୍ରଛାତ୍ରୀ, ଗବେଷକ, ଗବେଷିକା, ଅଧ୍ୟାପକ, ଅଧ୍ୟାପିକା ଯୋଗଦାନ କରି ସଫଳ ମଣ୍ଡିତ କରିଥିଲେ । ପରିଶେଷରେ ସହ ସଂଯୋଜକ ଅଭିମନ୍ୟୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.