ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

  • ଶିକ୍ଷୟତ୍ରୀଙ୍କୁ ମିଳିବ ମାତୃତ୍ୱ ଛୁଟି

ଭୁବନେଶ୍ୱର : ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ । ଏହା ସହିତ ଅନ୍ୟ ସରକାରୀ କର୍ମଚାରୀମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ୱ ଛୁଟି ମଧ୍ୟ ପାଇପାରିବେ । ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ ଭି. ମେ. ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ । ସୂଚନାଯୋଗ୍ୟ ଯେ ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି ।

Leave A Reply

Your email address will not be published.

four + eight =