om academy

୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

jsm

ଭୁବନେଶ୍ୱର : ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନାରହିଛି ନେଇ ସତର୍କ ସୂଚନା ଜାରି ହୋଇଛି । ତେବେ ଆଜି ଅପରାହ୍ଣରୁ ୧ଟା ୩୦ରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ । ତେବେ ଏହାକୁ ଦୃଷ୍ଟିରେ ରଖି ଏହି ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ରହିବ । ଏହି ସମୟରେ ଘରୁ ନ ବାହାରିବାକୁ ସତର୍କ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.