jayashree

ନୂଆଖାଇରେ ଚାଷୀ ପାଇଲେ କାଳିଆ ସହାୟତା, ରବି ଫସଲ ପାଇଁ ସହାୟତା

  • ୪୪ ଲକ୍ଷ ୫୬ ହଜାର ଚାଷୀ ପାଇଲେ ୯୦୦ କୋଟି
  • ୪୩.୮୮ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ୬୮.୭୫ ହଜାର ଭୂମିହୀନ ଚାଷୀ
  • ୨୨ ଲକ୍ଷରୁ ଅଧିକ ଚାଷୀ ପରିବାର ପାଇଁ ରାଜ୍ୟ ସରକାର ଫସଲ ବୀମାର premium ଦେଇଛନ୍ତି
  • ମୁଁ ଚାହେଁ ଚାଷୀ ସମ୍ମାନର ସହ, ସ୍ୱାଭିମାନର ସହ ବଞ୍ଚୁ
  • ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ଚାଷୀ ମାନଙ୍କୁ ୧୨,୫୦୦ କୋଟି ଟଙ୍କା ସହାୟତା ଦିଆଯାଇଛି : ମୁଖ୍ୟମନ୍ତ୍ରୀ
  • କାଳିଆ ଛାତ୍ର ବୃତ୍ତି ପାଇ ମୁ ଇଞ୍ଜିନିୟରିଂ ପଢୁଛି, ନ ହେଲେ ପଢ଼ି ପାରି ନ ଥାଆନ୍ତି – କାଳିଆ ବୃତ୍ତି ପାଇଥିବା ଛାତ୍ରୀ ରାଣୀ ସାହୁ

ଭୁବନେଶ୍ଵର : ପବିତ୍ର ନୂଆଁଖାଇ ପର୍ବ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି । ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି ।

ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ୍ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି ।

ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି ।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇ କହିଲେ ଯେ, ଚାଷୀ ଆମର ଗୌରବ । ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ, ସ୍ୱାଭିମାନର ସହ ବଂଚୁ ବୋଲି ସେ ଚାହାନ୍ତି । ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭାଇ ଭଉଣୀମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି ।

ସେ ପୁଣି କହିଲେ ଯେ, ଚାଷୀ ପରିବାରର ପିଲାମାନେ doctor, engineer ହୋଇ, ଭଲ ଭଲ professionରେ ଯୋଗ ଦିଅନ୍ତୁ ବୋଲି ସେ ଚାହାନ୍ତି । ଏହାଦ୍ବାରା ସେମାନେ ନିଜ ପରିବାର ପାଇଁ, ସାରା ରାଜ୍ୟ ପାଇଁ ସୁନାମ ଆଣି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ପାଉଥିବା ଚାଷୀ ମାନଙ୍କ ପିଲା ମାନଙ୍କୁ ରାଜ୍ୟ ସରକାର କାଳିଆ scholarship ଦେଉଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଫସଲ ବୀମା ର premium ଦେଉଛନ୍ତି । ଏ ବର୍ଷ ୨୨ ଲକ୍ଷରୁ ଅଧିକ ଚାଷୀ ବୀମା ପାଇଁ ପଞ୍ଜିକରଣ କରି ସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କୃଷି ପାଇଁ ରାଜ୍ୟ ସରକାର ବହୁତ୍ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଚାଷୀ ମାନେ ଏହାର ସୁଯୋଗ ନେଇ ଓଡ଼ିଶାକୁ କୃଷି କ୍ଷେତ୍ରରେ ଏକ ସମୃଦ୍ଧ ରାଜ୍ୟ ଭାବେ ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ ।

ସୂଚନା ଯୋଗ୍ୟ ଯେ କାଳିଆ ସହାୟତା ରେ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ମାନଙ୍କୁ କୃଷି ପାଇଁ ବିହନ, ସାର, ରୋଗ ପୋକ ପାଇଁ ଔଷଧ ଓ ଯାନ୍ତ୍ରିକ ଉପକରଣ କିଣିବା ପାଇଁ ସିଧା ସଳଖ ସହାୟତା ଦିଆଯାଉଛି ।
ଏହା ଦ୍ବାରା ସେମାନେ ଋଣ ଗ୍ରସ୍ତ ହେବାର ସମ୍ଭାବନା ରହୁ ନାହିଁ ।

ଏହା ସହିତ ଭୂମି ହୀନ ଚାଷୀ ମାନଙ୍କୁ ବିଭିନ୍ନ ଜୀବିକା ପାଇଁ ଯଥା ଛେଳି, କୁକୁଡ଼ା, ବତକ ପାଳନ, ମହୁ ଚାଷ, ଛତୁ ଚାଷ ଆଦି ପାଇଁ ମଧ୍ଯ ଏହି ସହାୟତା ଦିଆଯାଉଛି ।

ଏହି ଅବସରରେ ରାଜ୍ୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଲେ ଯେ ମୁଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଯୋଗୁ ରାଜ୍ୟରେ ଅନେକ କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ ହେଉଛି । ସେଥି ମଧ୍ୟରୁ କାଳିଆ ଯୋଜନା ସ୍ବତନ୍ତ୍ର । ଏହା ଯୋଗୁ ଚାଷୀ ମାନେ ଆଉ ବେସରକାରୀ ଅର୍ଥ ଲଗାଣ କାରି ସଂସ୍ଥା କିମ୍ବା ଗାଁ ସାହୁକାର ଉପରେ ନିର୍ଭର କରୁ ନାହାନ୍ତି । ନିଜ ଉପରେ ଚାଷୀ ମାନଙ୍କ ଆସ୍ଥା ବଢ଼ିଛି । ଗତ ଚାରି ବର୍ଷରେ ରାଜ୍ୟରେ କ୍ରମାଗତ ଭାବେ ରେକର୍ଡ ଉତ୍ପାଦନ ହେଉଛି ବୋଲି ସେ କହିଥିଲେ ।

ରାଜ୍ୟ ସରକାର କିଛି ବର୍ଷ ହେବ gender budgeting କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଯୋଜନାର ଅତି କମରେ ୩୦-୩୫ ପ୍ରତିଶତ ଅର୍ଥ ମହିଳା ମାନଙ୍କ ପାଇଁ ଖର୍ଚ୍ଚ ହେଉଛି ।

ଏହି ଅବସରରେ କେତେକ କାଳିଆ ହିତାଧିକାରୀ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ଢେଙ୍କାନାଳ IGIT ସରାଙ୍ଗରେ ପଢୁଥିବା ଛାତ୍ରୀ ରାଣୀ ସାହୁ କହିଲେ ଯେ କାଳିଆ ଛାତ୍ର ବୃତ୍ତି ଯୋଗୁ ସେ ଆଜି engineering ପଢ଼ି ପାରୁଛନ୍ତି । ନ ହେଲେ ହୁଏତ ତାଙ୍କ ସ୍ବପ୍ନ ପୁରଣ ହୋଇ ପାରି ନ ଥାନ୍ତା । ତାଙ୍କ ବାପାଙ୍କୁ କରଜ କରିବାକୁ ପଡ଼ି ଥାନ୍ତା । ତେଣୁ ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

ସେହିପରି ବଲାଙ୍ଗୀରର ଚାଷୀ ବିନୋଦ ପ୍ରଧାନ, ନବରଙ୍ଗପୁରର ଲଛମା ଭତରା ଓ ବାଲେଶ୍ଵରର ଚାଷୀ ଗିରିଧାରୀ ଗିରି ପ୍ରମୁଖ କାଳିଆ ସହାୟତା ପାଇଁ ସେମାନଙ୍କ ହୃଦୟରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । କାଳିଆ ଯୋଗୁ ସେମାନଙ୍କୁ ଋଣ କରିବାକୁ ପଡୁ ନାହିଁ । ସେମାନେ ସମସ୍ତେ ଈଶ୍ବରଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( 5T) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ଅଧିକାରୀ ଓ ହିତାଧିକାରୀ ମାନେ video conference ଜରିଆରେ ଯୋଡ଼ି ହୋଇଥିଲେ ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ଵାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରଥିଲେ ।

Leave A Reply

Your email address will not be published.