pakka

ବାଲିଗୁଡା ଆସନକୁ ଝୁଲାଇ ରଖିଛି ବିଜେଡି : ବଢୁଛି ନାନା କଳ୍ପନା ଜଳ୍ପନା

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି । ହେଲେ ବାଲିଗୁଡା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି । ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି । ଜିଲ୍ଲାର ଫୁଲବାଣୀ ଆସନରେ ନୂତନ ମହିଳା ପ୍ରାର୍ଥୀ ଜୟଶ୍ରୀ କହଁରଙ୍କୁ ଦେଇଥିବା ବେଳେ ଘୁ.ଉଦୟଗିରି ଆସନରେ ପୁରୁଣା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କୁ ଦୋହରାଇଛି । ହେଲେ ବାଲିଗୁଡା ଆସନ କ୍ଷେତ୍ରରେ ଦଳ କାହିଁକି ଏପର୍ଯ୍ୟନ୍ତ ସେଭଳି କିଛି ନିଷ୍ପତ୍ତି ନେଇ ନାହିଁ, ତାକୁ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି । ଏହି ନିର୍ବାଚନ ମଣ୍ଡଳୀରେ ଭାଜପା ଆଦିବାସୀ କାର୍ଡ ଖେଳି ସ୍ଥାନୀୟ ଟାଉନର ମହିଳା ଆଦିବାସୀ ନେତ୍ରୀ ଭାବେ ଜଣାଶୁଣା କଳ୍ପନା କହଁରଙ୍କୁ ପ୍ରଥମ ଥର ପାଇଁ ଦଳୀୟ ପ୍ରାର୍ଥୀ କରିଛି । ଏବଂ କଂଗ୍ରେସ ମଧ୍ୟ ବାଲିଗୁଡା ନିର୍ବାଚନ ମଣ୍ଡଳୀ କୋଟଗଡ ବ୍ଲକ୍‌ ପାରିଗଡ ପଞ୍ଚାୟତ ସମିତି ସଭ୍ୟ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ କରିଛି । ହେଲେ ବହୁ କଂଗ୍ରେସ କର୍ମୀ ଓ ବିଭିନ୍ନ ସଂଗଠନ ପକ୍ଷରୁ ପ୍ରାର୍ଥୀ ଜଣକ ଆଦିବାସୀ ନୁହଁନ୍ତି ବୋଲି ଯୁକ୍ତି ବାଢି ସ୍ଥାନୀୟ ଉପଜିଲ୍ଲାପାଳଙ୍କ ନିକଟରେ ଫେରାଦ କରିଛନ୍ତି । ଏ ସବୁ ଭିତରେ ଲଗାତାର ବିଜୟ ଧାରାକୁ ଅବ୍ୟାହତ ରଖିବା ପାଇଁ ବିଜେଡି ମଧ୍ୟ ଏଠାରେ ଆଦିବାସୀ କାର୍ଡ ଖେଳିପାରେ । ଏଭଳି ସ୍ଥିତିରେ ବିଜେଡି ବିଧାୟକ ପାଇଁ ଆଶାୟୀ ଥିବା ପ୍ରାର୍ଥୀମାନଙ୍କ ମଧ୍ୟରେ ବିଧାୟକ ଚକ୍ରମଣି କହଁରଙ୍କୁ ପୁଣିଥରେ ପ୍ରାର୍ଥୀ ଘୋଷଣା କରିବ ବୋଲି ଚର୍ଚ୍ଚା ଚାଲିଛି । କିନ୍ତୁ ଅନ୍ୟପକ୍ଷରେ ଏକାଧିକ ଆଶାୟୀ ଥିବା ପୂର୍ବତନ ବିଧାୟକ ରାଜୀବ ପାତ୍ର, ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, କ୍ଳେଶ ପ୍ରଧାନ ଓ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକଙ୍କ ଭାଇ ବିଜେଶ୍ଵର ମଲ୍ଲିକଙ୍କ ଭଳି ନୂଆଁ ବେହେରାଙ୍କୁ ଦଳ ଏଠାରୁ ନିର୍ବାଚନ ମଇଦାନକୁ ଛାଡ଼ି ଚମକ ସୃଷ୍ଟି କରିବା ସମ୍ଭାବନାକୁ ମଧ୍ୟ ଏଡ଼ାଇ ଦେଇ ହେଉନାହିଁ । ହେଲେ ଦଳ ସ୍ଥାନୀୟ ଭୋଟରଙ୍କ ସୁଖଦୁଃଖରେ ସର୍ବଦା ଭାଗିଦାର ହୋଇ ପାରୁଥିବା କିଛି ନୂଆ ଚେହେରାଙ୍କୁ ଚାହୁଁଥିବା ଦୃଷ୍ଟିରୁ ବିଜେଡି ସେଭଳି କିଛି ଗୋଟିଚାଳନା କରିପାରେ ବୋଲି ମଧ୍ୟ ସାଧାରଣରେ ଆଲୋଚନା ହେଉଛି । ଏଭଳି ସ୍ଥିତିରେ ବାଲିଗୁଡା ବିଧାନସଭା ଆସନରୁ ବିଜେଡି କାହାକୁ ପ୍ରାର୍ଥୀ କରୁଛି, ସେଥିପ୍ରତି ସମସ୍ତଙ୍କର ନଜର ରହିଛି ।

jay balangir
Leave A Reply

Your email address will not be published.

two × one =

error: Content is protected !!