lika

କଳାହାଣ୍ଡିରୁ ୧୯୨ ବରିଷ୍ଠ ନାଗରିକଙ୍କ କାମାକ୍ଷୀ ଯାତ୍ରା

gbag

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ସୋମବାର କଳାହାଣ୍ଡି ଜିଲ୍ଲାରୁ ୫ ଗୋଟି ସ୍ୱତନ୍ତ୍ର ବସ ଯୋଗେ ୧୯୨ ଜଣ ବରିଷ୍ଠ ନାଗରିକ କାମାକ୍ଷୀ ଅଭିମୁଖେ ଯାତ୍ରା କରିଛନ୍ତି । ରାୟଗଡାରେ ସମସ୍ତ ତୀର୍ଥଯାତ୍ରୀ ରାତ୍ରି ଯାପନ କରି ମଙ୍ଗଳବାର ସ୍ୱତନ୍ତ୍ର ଟ୍ରେନ ଯୋଗେ କୋଲକାତା କାମାକ୍ଷୀ ଯାତ୍ରା କରି ଆସନ୍ତା ଫେବୃଆରୀ ୨୩ ତାରିଖରେ ଫେରିବେ । ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟରୁ ପତାକା ଦେଖାଇ ଏହି ତୀର୍ଥ ଯାତ୍ରାର ଶୁଭାରମ୍ଭ କରିଥିଲେ । ସମସ୍ତ ତୀର୍ଥଯାତ୍ରୀ ଏପଟେ ସେପଟେ ନ ହୋଇ ସାଙ୍ଗରେ ରହି ନିଜର ସୁବିଧା ଅସୁବିଧା ସାଙ୍ଗରେ ଯାଇଥିବା ଏସ୍କର୍ଟ ଅଧିକାରୀଙ୍କୁ ଜଣାଇ କିପରି ସୁରକ୍ଷିତ ଭାବରେ ତୀର୍ଥଯାତ୍ରା ଭ୍ରମଣ ସାରି ନିଜ ନିଜ ଘରକୁ ଫେରିବେ ସେ ସମ୍ପର୍କରେ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଜିଲ୍ଲାର ୧୯୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ ଭଲରେ ତୀର୍ଥ ଯାତ୍ରା ସାରି କେମିତି ଭଲରେ ଫେରିଆସିବେ ସେଥି ପାଇଁ ଜିଲ୍ଲାପାଳ ସମସ୍ତଙ୍କର ଶୁଭ କାମନା କରିଥିଲେ । ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ବସରେ ଯାତ୍ରୀଙ୍କୁ ଭଲରେ ନେଇ ଆଣିବା ପାଇଁ ୬ ଜଣ ଏସ୍କର୍ଟ ଅଧିକାରୀଙ୍କୁ ସାଙ୍ଗରେ ପଠାଯାଇଛି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ କମିଶନର ବନ୍ଦୋବସ୍ତ କଳାହାଣ୍ଡି ଅଗସ୍ତି ପ୍ରଧାନ, ଡେପୁଟି କଲେକ୍ଟର ବନମାଳୀ ମେହେର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛତ୍ରିଆ, ଡେପୁଟି ସି ଓ, ଓରମାସ ଜର୍ଜ କେରକେଟା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

babaa
Leave A Reply

Your email address will not be published.