ରତ୍ନଭଣ୍ଡାରରୁ ବାହାରକୁ ଆସିବା ପରେ ସୂଚନା ଦେଲେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ : ରତ୍ନଭଣ୍ଡାରରୁ ବାହାରକୁ ଆସିବା ପରେ ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା । ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ । ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ସ୍ଥାନାନ୍ତରଣ ପାଇଁ ୧୧ ଜଣଙ୍କ ସହ ଅନ୍ୟମାନଙ୍କ ସହାୟତା ନିଆଯାଇଥିବା ବେଳେ କେବଳ କଟର୍‌ ଓ ଇଲେକ୍ଟ୍ରିସହାୟକଙ୍କ ଛଡ଼ା ଅନ୍ୟ କାହାର ସହଯୋଗ ଲୋଡ଼ା ପଡ଼ିନାହିଁ । ସେ ଆହୁରି କହିଛନ୍ତି, ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ । ଆମ ଆଖିରେ ଆମେ ସେମିତି କିଛି ସୁଡ଼ଙ୍ଗ ଦେଖିପାରିଲୁନି । ଗୁପ୍ତ ଭଣ୍ଡାର, ସୁଡ଼ଙ୍ଗ ହେଉଥିବା ଚର୍ଚ୍ଚା ତଥ୍ୟ ଆଧାରିତ ନୁହେଁ । ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ୍‌ ଆଲ୍‌ମିରା ଥିଲା । ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା । ସମସ୍ତ ଆଲ୍‌ମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇସାରିଛି ।

Leave A Reply

Your email address will not be published.