oom

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର ଅଧ୍ୟକ୍ଷା ଶ୍ରୀମତୀ ସ୍ୱୟଂପ୍ରଭା ପଧାନ ଯୋଗଦେଇ ଛାତ୍ରୀମାନଙ୍କୁ ଭବିଷ୍ୟତର ସ୍ୱପ୍ନକୁ ସାକାର କରିବା ପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟତମ ଅତିଥି ରୂପେ ସହ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ସୁନା, ଲୋଇସିଂହା ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ରିନା ବେହେରା, ସମଗ୍ର ଶିକ୍ଷା ଶିକ୍ଷାତତ୍ୱ ସଂଯୋଜିକା ଡା. ମଧୁମିତା ଦାଶ, ମେଡିକାଲ କଲେଜର ସହକାରୀ ପ୍ରଫେସର ଶରତ ଚନ୍ଦ୍ର ବାଗ, ଟାଉନ୍‌ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ । ସମଗ୍ର ଶିକ୍ଷା ବଲାଙ୍ଗିର ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକ ସ୍ତରରୁ ବରିଷ୍ଠ ଓ କନିଷ୍ଠ ବର୍ଗର ୬ ଜଣ ଲେଖାଏଁ ଛାତ୍ରୀ ଯୋଗଦାନ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ତର୍କ ଚିତ୍ରାଙ୍କନ ସ୍ଲେଗାନ ଲିଖନ ଆଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ କରାଯାଇ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ଉପଲକ୍ଷେ ଆୟୋଜିତ ସଚେତନା ରାଲିକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ କର୍ମଚାରୀ, ବଲାଙ୍ଗିର ସମଗ୍ର ଶିକ୍ଷାର ସମସ୍ତ କର୍ମଚାରୀ ସହଯୋଗ ପ୍ରଦାନ କରିଥିଲେ । ଏଥିରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ ଡା. ମଧୁମିତା ଦାସ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର ।

jittmm
Leave A Reply

Your email address will not be published.