ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ଲକ୍ଷ ଟଙ୍କା ଜୋରିମାନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ଏକ ୯ ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାରେ ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଧନୁ ନାୟକ (୬୧) ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ୧୫,୦୦୦ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି । ଜୋରିମାନା ଅନାଦେୟ ଆଉ ଅଧିକ ୩ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟର ସ୍ୱତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୁଚନା ଅନୁସାରେ ଗତ ତା. ୦୮/୦୩/୨୦୨୧ ରିଖ ଦିନ ବାପା ଓ ମାଁ ଇଟା କାମ କରିବାକୁ ଯାଇଥିଲେ ଏବଂ ପୀଡିତା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଅଭିଯୁକ୍ତ ପୀଡିତାଙ୍କୁ ଘର ଭିତରକୁ ଟେକି ନେଇଥିଲା । ଅଭିଯୁକ୍ତର ପୁଅ ଏକଥା କାହାକୁ କହିଲେ କିମ୍ବା ଥାନାରେ ଲିଖିତ ଅଭିଯୋଗ କଲେ ଜୀବନରେ ମାରିଦେବି ବୋଲି ଧମକ ଦେଇଥିଲା । ପିଡୀତାଙ୍କ ମାଁ ରାଇକିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନାଧିକାରୀ ତରଣ ତପନ ବେହେରା ଥାନା କେସ ନଂ. ୩୦/ତା ୦୯/୦୩/୨୦୨୧ ରିଖରେ ରେଜିଷ୍ଟ୍ରେସନ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ । ପୋକ୍ସ କୋର୍ଟର ବିଚାରପତି ଆଜି ରାୟ ଶୁଣାଇଛନ୍ତି ଏବଂ ପୀଡିତାଙ୍କ କ୍ଷତିପୂରଣ ଅର୍ଥ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଲିଗାଲ୍ ଏଡ୍ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.