om academy

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ । ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ୱାସ ପ୍ରକଟ କରିଛନ୍ତି ।

Leave A Reply

Your email address will not be published.

1 + eleven =