oom

ମୁରିବାହାଲ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ଟିଟିଲାଗଡ ଉପଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅଞ୍ଚଳର ମୋଟ ୧୦୪ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ ମଧ୍ୟରୁ ୯୩ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଟ ୧୧ ଗୋଟି ଗ୍ରାମ୍ୟ ସମସ୍ୟାମୂଳକ ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୨୧ ଗୋଟି ଅଭିଯୋଗ ଦରଖାସ୍ତର ତତ୍‌କ୍ଷଣାତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ଦରଖାସ୍ତ ଗୁଡିକର ତୁରନ୍ତ ସମାଧାନ ସକାଶେ ସମ୍ପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଜରିଆରେ ୧୮ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନା ମାଧ୍ୟମରେ ବିଧବା ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରାମର ବିଜଳୀ ବେଶ୍ରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.