oom

ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଡିସେମ୍ବର ମାସ ୫ ତାରିଖ ସକାଳ ଘ.୧୦.୩୦ ମି. ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ, ୧୨ ତାରିଖରେ ତୁରେକେଲା ବ୍ଲକ ଅନ୍ତର୍ଗତ ମହଖଣ୍ଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ, ୧୯ ତାରିଖରେ ଦେଓଗାଁ ବ୍ଲକ ଅନ୍ତର୍ଗତ ଡୁମେରପିଟା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓ ୨୬ ତାରିଖରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।

jittmm
Leave A Reply

Your email address will not be published.