pakka

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

bbehera

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଶିଶୁ ବାଟିକା ବିଭାଗର ଦ୍ୱିତୀୟ ପର୍ଯ୍ୟାୟ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପତଞ୍ଜଳି ଯୋଗ ସମିତିର ସଦସ୍ୟା ସାଗରିକା ପୁରୋହିତ ଯୋଗ ଦେଇ ଶିଶୁର ଶାରୀରିକ ଓ ମାନସିକ ଆବଶ୍ୟକତା ତଥା ଆହାର ବିହାର ଉପରେ ଆଲୋକପାତ କରିଥିଲେ । ଶିଶୁ ବାଟିକା ପ୍ରମୁଖ ରଞ୍ଜୁ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଅତିଥି ପରିଚୟ ତଥା ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ସହ ପ୍ରଧାନ ଆଚାର୍ଯ୍ୟ ବିଭୁତି ଭୂଷଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.

three − three =