ଏନଆଇଟି ରାଉରକେଲା ପକ୍ଷରୁ ବନ୍ଦମୁଣ୍ଡା ଓ ଝାରସୁଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଏନଆଇଟି ରାଉରକେଲା ପକ୍ଷରୁ ବିଭିନ୍ନ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ସୁନ୍ଦରଗଡ଼ ଜିଲ୍ଲା ବନ୍ଦମୁଣ୍ଡା କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଏବଂ ବୃକ୍ଷରୋପଣ ଅନୁଷ୍ଠିତ ହୋଇଥିଲା । ସେହିପରି ଝାରୁସୁଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଏନଆଇଟି ରାଉରକେଲା ସହଯୋଗରେ ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଛାତ୍ରଛାତ୍ରୀମାନେ ‘‘ସାମ୍ପ୍ରତିକ ବିଶ୍ୱରେ ଜି-୨୦ର ପ୍ରାସଙ୍ଗିକତା’’ ବିଷୟବସ୍ତୁ ଉପରେ ପ୍ରବନ୍ଧ ରଚନା କରିଥିଲେ । ଶେଷରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.

error: Content is protected !!