oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ, ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼. ଗୁଣନିଧି ନାୟକ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟାମୂଳକ ମୋଟ ୫୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୧ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୧ ଗୋଟି ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଗୁଡଭେଲା ବ୍ଲକ ଅନ୍ତର୍ଗତ କୁକେଡମାଳ ଗ୍ରାମର ହରେକୃଷ୍ଣ ରଣା ଓ ଊର୍ମିଳା ରଣାଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା । ସେହିପରି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ଜିଲ୍ଲା ରେଡକ୍ରସ୍‌ ପାଣ୍ଠିରୁ ତୁରେକେଲା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମର ଗନ୍ଧର୍ବ ଖୁରାଙ୍କୁ ୫ ହଜାର ଟଙ୍କା, ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଗାନ୍ଧୀନଗରପଡାର ପ୍ରେମଳତା ଜେନାଙ୍କୁ ୧୦ ହଜାର, ବେଲପଡା ବ୍ଲକର ମୁଣ୍ଡୋଦର୍ହ ଗ୍ରାମର ଦିବାକର ସେଠଙ୍କ ପୁତ୍ର ରାଜକୁମାର ସେଠଙ୍କୁ ୧୦ ହଜାର, ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ବେହେରାପାଲିର ଠାକୁର ଚରଣ ରାଏଙ୍କୁ ୫ ହଜାର, ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଜଗନ୍ନାଥପଡାର ସଂଜୀବ କୁମାର ଦଳେଇଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.